• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd June 2024: ଏହି ରାଶିର ବ୍ୟକ୍ତି ଆଜି ଜମିବାଡି ସମସ୍ୟାରୁ ମୁକ୍ତି ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର। ଚନ୍ଦ୍ର- ଧନୁ ଅହୋରାତ୍ର,ତିଥି- ପୂର୍ଣ୍ଣିମା ପ୍ରାତଃ ୦୬.୩୭ ଗତେ ପତିପ୍ରଦ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Libra

ତୁଳା

Saturday 22 Jun 2024

ଚିତ୍ରା- ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ ।

ସ୍ୱାତୀ- ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ସାମୟିକ ଭାବପ୍ରବଣତା କିମ୍ବା ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି।

ବିଶାଖା- କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର୍ଯ୍ୟ ରେ ବ୍ୟସ୍ତ ରହିବେ । ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :