ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ମଙ୍ଗଳବାର, ଚନ୍ଦ୍ର- କନ୍ୟା ଦିବା ୦୯.୧୭ ଗତେ ତୁଳା,ତିôଥ- ପୂର୍ଣ୍ଣିମା ନିଶାନ୍ତ ୦୫.୧୮ ଗତେ ପ୍ରତିପଦ,ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୯.୧୭ ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।
ଧନିଷ୍ଠା- ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହିତ ଦୁର୍ବଳତା ଅନୁଭବ କରିବେ । ଦାମ୍ପତ୍ୟ ଜୀବନରେ ସାମାନ୍ୟ ସମସ୍ୟା ଦେଖାଦେଇପାରେ । ସାହିତ୍ୟ, ଲେଖାପଢ଼ା, କ୍ରୀଡ଼ା, ଚଳଚ୍ଚିତ୍ର ଓ ସଙ୍ଗୀତ କ୍ଷେତ୍ରରୁ ସୁନାମ ଅର୍ଜନ କରିବେ।
ଶତଭିଷା- ପରିବହନ, ଶେୟାର ବଜାର କ୍ଷେତ୍ରରୁ ସୁଫଳ ମିଳିବ । କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । ସାମାଜିକ ସ୍ଥିତି ପ୍ରାୟତଃ ସନ୍ତୋଷଜନକ ନ ହୋଇପାରେ।
ପୂ,ଭାଦ୍ରପଦ- ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ପ୍ରଶଂସିତ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାର୍ଥୀ ମାନେ ଶିକ୍ଷାରେ ସଫଳତା ଲାଭ କରିବେ।
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮