• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd August 2024: ଏହି ରାଶିର ବିଦ୍ୟାର୍ଥୀମାନେ ପଢାରେ ଉନ୍ନତି କରିପାରନ୍ତି ...

ନିଜ ପାଇଁ କିଛି ବାସୋପଯୋଗୀ ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀମାନଙ୍କର ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳାମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ।

Libra

ତୁଳା

Friday 23 Aug 2024

ଚିତ୍ରା- ଶାରୀରିକ କ୍ଲାନ୍ତି ଦୂର ହେବ ସ୍ୱାସ୍ଥ୍ୟ ସମସ୍ୟା ବହୁ ପରିମାଣରେ ହ୍ରାସ ପାଇବ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ।

ସ୍ୱାତୀ- ସମ୍ପର୍କୀୟ ବନ୍ଧୁଙ୍କ ସାହାର‌୍ୟ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ପରିବାରରେ ନୂତନ ସଦସ୍ୟଙ୍କର ଆଗମନ ହୋଇପାରେ।

ବିଶାଖା- ଶତ୍ରୁକୁ ଶରଣାଗତ କରାଇପାରନ୍ତି । ମହିଳାମାନେ ଉଦାର ସ୍ୱଭାବ ରହିବେ । ଉତ୍ତରାଧିକାରୀ ସୂତ୍ରରେ କୌଣସି ସମ୍ପତ୍ତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ।

ପ୍ରତିକାର- କୌଣସି ଅସହାୟ ବା ଗରିବ ସ୍ତ୍ରୀ ଲୋକଙ୍କୁ ସାହାଯ୍ୟ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :