ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ ଶନିବାର ଚନ୍ଦ୍ର- ମେଷ ରାତ୍ରି ୦୩.୧୭ ଗତେ ବୃଷ ତିଥି- ୧୧ଶୀ ପ୍ରାତଃ ୦୭.୧୨ ଗତେ ୧୨ଶୀ
ମୃଗଶିରା- ପ୍ରତିଟି କାମ ମନ ଦେଇ କରିଲେ ସଫଳତା ପାଇବେ । ଜୀବନ ସାଥିଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ସମ୍ପର୍କୀୟ ସହାୟତା ଯୋଗୁଁ ଆର୍ଥିକ ସ୍ୱଛଳତା ସହ ଆପଣଙ୍କ ଆତ୍ମବିଶ୍ୱାସ ମଧ୍ୟ ବଢିବ
ଆଦ୍ରା- ମାନସିକ ସ୍ଥିତି ଠିକ୍ ରହିବ। କାମଗୁଡ଼ିକୁ ସମ୍ପନ୍ନ କରିବାରେ ଆନୁଷଙ୍ଗିକ ସୁବିଧା ସୁଯୋଗ ଅବଶ୍ୟ ପାଇବେ। ଅବହେଳାଜନିତ ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉ ଥିବାରୁ ମନ ଭଲ ରହିବ ନାହିଁ।
ପୁନର୍ବସୁ- କ୍ୟାରିୟର ସମସ୍ୟା ସମାଧାନର ବାଟ ମିଳିବ । ଜମିଜମା, କଳ କାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ୍ ବ୍ୟବସାୟରୁ ଲାଭବାନ୍ ହେବେ। ଫେରିବା ବାଟରେ ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫