ସ୍ବାସ୍ଥ୍ୟରେ ଉନ୍ନତି ଘଟିବ। ପୁରୁଣା କଥାକୁ ନେଇ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ୱାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ।
ମଘା- ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍
ପୂ,ଫାଲଗୁନି- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ
ଉ,ଫାଲଗୁନି- ସାମାଜିକ କାର୍ୟ୍ୟରେ ସଫଳତା ପାଇବେ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮