• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd January 2024: ଏହି ରାଶିର ବ୍ୟକ୍ତି କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ..

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୩ ତାରିଖ ମଙ୍ଗଳବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ରାତ୍ରି ୦୮.୩୯ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ କୃଷିହାନି –ଭୂମିଦାନ ନିଶାନ୍ତ ୦୬.୨୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Pisces

ମୀନ

Tuesday 23 Jan 2024

ପୂ.ଭାଦ୍ରପଦ - ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉପକୃତ ହେବେ । ଅସନ୍ତୁଷ୍ଟ ରହିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଜାଣିଶୁଣି ନୀରବ ରହିବାକୁ ବାଧ୍ୟ ହେବେ । 
ଉ.ଭାଦ୍ରପଦ - ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲି ମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ । କର୍ମକ୍ଷେତ୍ରରେ କୌଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ । ଅସାବଧାନତା ସହକାରେ ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ ଚଳାଇବା ଠିକ୍ ହେବ ନାହିଁ ।
ରେବତୀ - କେତେକ ସ୍ଥଗିତ କାମ କରିବାରେ ଅସମର୍ଥ ହୋଇ ଚିନ୍ତିତ ରହିପାରନ୍ତି । ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାଯ୍ୟକ୍ରମରେ ସାମିଲ ହୋଇ ଖୁସି ହୋଇ ପାରନ୍ତି । ଭୁଲ୍ ଖବର ପାଇ କିମ୍ବା ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି ।
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :