• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd January 2024: ଏହି ରାଶିର ବ୍ୟକ୍ତି କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ..

ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୩ ତାରିଖ ମଙ୍ଗଳବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ରାତ୍ରି ୦୮.୩୯ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ କୃଷିହାନି –ଭୂମିଦାନ ନିଶାନ୍ତ ୦୬.୨୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Capricorn

ମକର

Tuesday 23 Jan 2024

ଉ.ଷାଢା - ଅତି ବିଶ୍ୱସ୍ତ ଲୋକଠାରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡ଼ିପାରେ । ଧାତୁ, ଅଳଙ୍କାର, ଗୃହୋପକରଣ କିମ୍ବା ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିବେ । ପରିବାର ଭିତରର କିଛି କଥା ଅନ୍ୟମାନଙ୍କ ଆଗରେ କହିପାରିବେ ନାହିଁ ।

ଶ୍ରବଣା - ଜଣେ ବନ୍ଧୁଙ୍କ ଟାଣକଥାକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ । ମନର ଭାବକୁ ମନରେ ରଖି ଅନ୍ୟର ନିକଟତର ହେବାକୁ ଚେଷ୍ଟା କରିବେ । ଅନ୍ୟକୁ ଭରସାକରି ବସି ରହିଲେ ସମସ୍ୟା ଭିତରେ ଛନ୍ଦି ହୋଇଯିବେ । 

ଧନିଷ୍ଠା - ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । କଳା, ସାହିତ୍ୟ, ସଂସ୍କୃତି, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିବେ । ବହୁତ ଦିନରୁ ଲାଗିରହିଥିବା କଚେରି ମାମଲା ଚିନ୍ତାର କାରଣ ହୋଇପାରେ ।

ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :