• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd June 2024: ଏହି ରାଶିର ବ୍ୟକ୍ତି ଆଜି ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ଧନୁ ରାତ୍ରି ୧୦.୪୭ ଗତେ ମକର ।ତିଥି- ପତିପ୍ରଦ ପ୍ରାତଃ ୦୫.୧୩ ଗତେ ୨ୟା ରାତ୍ରି ୦୩.୨୬ ଗତେ ୩ୟା । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ରାତ୍ରି ୧୦.୪୭ ଗତେ ସିଂହ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ର୍ପାତଃ ୦୫.୧୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୫.୦୩ ଗତେ ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୦୩.୨୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Scorpio

ବିଛା

Sunday 23 Jun 2024

ବିଶାଖା- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ

ଅନୁରାଧା- ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ

ଜ୍ୟେଷ୍ଠା- ମାଲିମୋକଦ୍ଦମା , ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ସାମୟିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ଅସାବଧାନତା ବଶତଃ ଧନ ହାନି ଘଟିପାରେ ।

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :