ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଶନିବାର । ଚନ୍ଦ୍ର- ସିଂହ ଅହୋରାତ୍ର, ତିଥ- ୧୩ଶୀ ପ୍ରାତଃ ୦୭.୧୭ ଗତେ ୧୪ଶୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ
କୃତିକା- ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ରାଜନୀତି କ୍ଷେତ୍ରରେ ଇଚ୍ଛା ନଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ବିଶେଷ କାମକୁ ପ୍ରଥମେ କରିବାକୁ ଚେଷ୍ଟା କରିବେ ।
ରୋହିଣୀ- ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ । ପିଲାମାନଙ୍କ ପାଠପଢାକୁ ନେଇ ଖୁସି ରହିବେ । ଯାନବାହନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଂଶସିତ ହେବେ
ମୃଗଶିରା- ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ବାହ୍ୟ ଶତୃ ମାନଙ୍କଠାରୁ ଦୂରେଇ ରହିବା ଭଲ । ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।
ପ୍ରତିକାର – ଶୁକ୍ରଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬