• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd May 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଗୁରୁବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି-ପୂର୍ଣ୍ଣିମା ସନ୍ଧ୍ୟା ୦୭.୨୨ ଗତେ ପ୍ରତିପଦ। ଘାତଚନ୍ଦ୍ର- ନାସ୍ତି। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୯.୧୩ ପର୍ଯ୍ୟନ୍ତ।

Virgo

କନ୍ୟା

Thursday 23 May 2024

ଉ- ଫାଲ୍‌ଗୁନୀ- ଶାରିରୀକ ଉନ୍ନତି ଆସିବ । କର୍ମକ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃ୍ଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

ହସ୍ତା- ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । କାମରେ ହଠାତ କୈଣସି ଯୋଜନାରେ ପରିବର୍ତ୍ତନ କରିପାରନ୍ତି । ରାଜନୀତିରେ କୌଣସି କାର‌୍ୟ୍ୟ ଆପଣଙ୍କ ହାତରୁ ଖସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ

ଚିତ୍ରା- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ମହିଳାମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।

ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :