• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd September 2023: ଦୀର୍ଘ ଦିନର ଆଶା ପୂରଣ ହୋଇପାରେ, ଧାତୁ ଅଳଙ୍କାର କ୍ରୟ କରିପାରନ୍ତି...

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ, ଶନିବାର ଚନ୍ଦ୍ର –ଧନୁ ଅହୋରାତ୍ର ତିଥି- ୮ମୀ  ଦିବା ୧୨.୧୮ ଗତେ ୯ମୀ  ଘାତ ଚନ୍ଦ୍ର - ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତ ବାର –ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମି ଦାନ 

Cancer

କର୍କଟ

Saturday 23 Sep 2023

ପୁନର୍ବସୁ- ପରିବାରରେ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ । ଆଶା କରୁଥିବା ଦିଗରୁ ଅର୍ଥ ପାଇବା କଷ୍ଟକର ହୋଇପଡ଼ିବ । ବିଭିନ୍ନ ସମସ୍ୟା ଥିଲେ ମଧ୍ୟ ନିର୍ମାଣ, ପରିବହନ, ମରାମତି, ଜମିଜମା କାମରେ ସାହାଯ୍ୟ ଅବଶ୍ୟ ପାଇବେ।
ପୁଷ୍ୟା- ଚାହୁଁଥିବା ଦିଗରୁ ଅର୍ଥ ସହଯୋଗ ଆଶା ଭଣ୍ଡୁର ହୋଇଯିବ। କର୍ମକ୍ଷେତ୍ରରେ ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ଦୀର୍ଘଦିନର ପୁରୁଣା ରୋଗ ସକାଶେ ବିଶେଷ ଚିନ୍ତିତ ରହିପାରନ୍ତି।
ଅଶ୍ଳେଷା- ଗୁରୁତ୍ୱପୂର୍ଣ୍ଣ କାମରେ ଯାଇଥିବା ବନ୍ଧୁଙ୍କ ଫେରିବା ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପାରନ୍ତି। ବିବାଦୀୟ କଥା ଚିନ୍ତା କରି ମନକୁ ଭାରାକ୍ରାନ୍ତ କରିବେ ।  ପାରିଶ୍ରମିକ ମନ ଲାଖି ନହେବା କାରଣରୁ ମନ ବିଷାଦଗ୍ରସ୍ତ ହୋଇପାରେ।

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :