ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ, ଶନିବାର ଚନ୍ଦ୍ର –ଧନୁ ଅହୋରାତ୍ର ତିଥି- ୮ମୀ ଦିବା ୧୨.୧୮ ଗତେ ୯ମୀ ଘାତ ଚନ୍ଦ୍ର - ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତ ବାର –ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମି ଦାନ
ମୂଳା- ନିଜ ପରିସରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ବାଣିଜ୍ୟ, ନିର୍ମାଣ ଓ ପରିବହନରେ କିଛି ସମସ୍ୟା ଦେଖାଦେଇପାରେ। ଉତ୍ସର୍ଗୀକୃତ ହୋଇପାରନ୍ତି ଏବଂ ଆଧ୍ୟାତ୍ମିକ ଗୁଣ ଧାରଣ କରିପାରନ୍ତି ।
ପୂ, ଷାଢା- କର୍ମକ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାକୁ ପଡ଼ିପାରେ। ଆଗାମୀ ସମୟର ଆବଶ୍ୟକତା ପୂରଣ ସକାଶେ ଟଙ୍କା ଯୋଗାଡ଼ ପାଇଁ ଅସୁବିଧା ଆସିପାରେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ
ଉ, ଷାଢା- ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ସମସ୍ୟା ସୁଧାରିବା ସକାଶେ ନିଜକୁ କିଛି କରିବାକୁ ପଡ଼ିବ । ସନ୍ଦେହାତ୍ମକ ବାତାବରଣ ମଧ୍ୟରେ ଅଣନିଃଶ୍ୱାସୀ ହେବାକୁ ପଡ଼ିପାରେ।
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩