ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର ,ତିଥି – ୩ୟା ପ୍ରାତଃ ୦୭.୪୭ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ପାଦ କୃଷିହାନି-ଭୂମିଦାନ ।
ମୂଳା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।
ପୂ, ଷାଢା- କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।
ଉ, ଷାଢା- ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି ।
ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩