କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ଧନୁ ଅହୋରାତ୍ର,ତିଥି- ୧୦ମୀ ଦିବା ୦୧.୫୬ ଗତେ ୧୧ଶୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ
ପୁନର୍ବସୁ- ଘରେ କୌଣସି ଶୁଭ କାର୍ଯ୍ୟ ବା ମାଙ୍ଗଳିକ କାର୍ଯ୍ୟ କରିପାରନ୍ତି । କରିଥିବା ଉଚ୍ଚ ଆଶା ପୂରଣ ନ ହୋଇ ପାରେ । ଧର୍ମ ମାର୍ଗରେ ଯିବା ପାଇଁ ମନ ବଳାଇ ପାରନ୍ତି ।
ପୁଷ୍ୟା- କର୍ମ କ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଦେଖାଦେଇପାରେ । ଛାତ୍ର ଛାତ୍ରୀ ମାନେ ପାଠ ପଢା ପ୍ରତି ଅଧିକ ଧ୍ୟାନ ଦେବେ । ନିଜ ପାଇଁ ମୂଲ୍ୟବାନ୍ ବାଦ୍ୟଯନ୍ତ୍ର କିଣିପାରନ୍ତି ।
ଅଶ୍ଲେଷା- କୌଣସି ନିକଟ ସମ୍ପର୍କୀୟଙ୍କ ସମ୍ପତ୍ତି କମ୍ ମୂଲ୍ୟରେ ପାଇପାରନ୍ତି । ପାରମ୍ପରିକ ପୋଷାକ ପ୍ରତି ଆଗ୍ରହ ପ୍ରକାଶ କରିବେ । ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬