Daily Horoscope 23th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ଧନୁ ଅହୋରାତ୍ର,ତିଥି- ୧୦ମୀ ଦିବା ୦୧.୫୬ ଗତେ ୧୧ଶୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Sunday 23 Feb 2025

ଅଶ୍ୱନୀ- ଅସଫଳତାର କାରଣ ଖୋଜିବାକୁ ଯାଇ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ କଳା ସାହିତ୍ୟ,ଆଲୋଚନା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ ସ୍ତରରେ ଭୁଲ୍ ବୁଝାମଣାଜନିତ ଅଶାନ୍ତି ଦେଖାଦେବ

ଦ୍ୱିଜା-ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ । ରାଜନିତିରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷାରେ ଅଗ୍ରଗତି କରିବେ ।

କୃତିକା- ଆବଶ୍ୟକତା ପୂରଣ ସକାଶେ ଧାର ସୂତ୍ରରେ ଅର୍ଥ ପାଇବା ପାଇଁ ଚିନ୍ତା କରିବେ। ଜମିଜମା, ବାଣିଜ୍ୟ, ନିର୍ମାଣ କ୍ଷେତ୍ର ଓ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ସୁଫଳ ପାଇବେ।

ପ୍ରତିକାର- ହନୁମାନଙ୍କର ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :