• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th April 2024: ଆଜି ଏହି ରାଶିର ବ୍ୟକ୍ତି କୌଣସି ରୋଗରେ ଆକ୍ରାନ୍ତ ହୋଇପାରନ୍ତି

ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ପ୍ରତିପଦ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ରାତ୍ରି ୧୨.୪୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ

Aries

ମେଷ

Wednesday 24 Apr 2024

ଅଶ୍ୱନୀ - ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ ।

ଦ୍ୱିଜା- ପାରିବାରରେ ସୁସ୍ଥ ବାତାବରଣ ଜାରି  ରହିବ। ସହିତ ଭାତୃ ସଂପର୍କରେ ଉନ୍ନତି ଘଟିବ ।  ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି । ସମାନ ବିଚାର ଧାରା ଲୋକଙ୍କ ସହିତ  ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି ।

କୃତିକା- ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ପୌତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ୍ ହେବ ।

ପ୍ରତିକାର -  ଅଟାରେ ଚିନି ମିଶାଇ ରୁଟି ତିଆରି କରି ଲାଲ୍ କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :