ସୌର ମେଷ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ବୁଧବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ପ୍ରତିପଦ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ରାତ୍ରି ୧୨.୪୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନଦାନ
ପୁନର୍ବସୁ- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ପିତାମାତାଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ ।
ପୁଷ୍ୟା- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି ।
ଅଶ୍ଲେଷା- ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ପରିବହନ, ବାଣିଜ୍ୟରେ ଆଂଶିକ ମାନ୍ଦା ଦେଖାଦେବ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ ।
ପ୍ରତିକାର – ଧଳା କପଡାରେ କିଛି ଅରୁଆ ଚାଉଳ ଓ ମିଶିରେ ମିଶାଇ ଜଳରେ ଭସାଇ ଦିଅନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨