ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶନିବାର ।ଚନ୍ଦ୍ର – ଧନୁ ରାତ୍ରି ୦୩.୩୦ ଗତେ ମକର,ତିଥି- ପ୍ରତିପଦ ଦିବା ୧୨.୦୬ ଗତେ ୨ୟା,ଘାତ ଚନ୍ଦ୍ର-,ତୁଳା ଓ କୁମ୍ଭ ରାତ୍ରି ୦୩.୩୦ ଗତେ ସିଂହ,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୧ପାଦ - କୃଷିିହାନି- ଭୂମିଦାନ ଦିବା ୧୨.୦୬ ଗତେ ୨ପାଦ ।
ଅଶ୍ୱନୀ – ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୈାଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ୍ ହେବେ ।
ଦ୍ୱିଜା – କର୍ମକ୍ଷେତ୍ରରେ ଅନେକ ସୁବିଧା ସୁଯୋଗ ପାଇବା ଫଳରେ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତି ବୃଦ୍ଧି ପାଇବ । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି
କୃତିକା – ସମ୍ପତି ଲାଭ ହୋଇପାରେ । ମହିଳା ମାନେ ଯୋଗ୍ୟ ପ୍ରତିପାଦିତ ହେବେ । ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସି୍ଥତି ରହିପାରେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ । ଚାକିରିରେ ପ୍ରାଧାନ୍ୟ ବଜାୟ ରହିବ । ଶିକ୍ଷାର୍ଥୀ ମାନେ ଭାବନା ଉପରେ ନିୟନ୍ତ୍ରଣ ରଖିଲେ ଶିକ୍ଷା ଲାଭ କରି ପାରିବେ ।
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯