ସୈାର କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶୁକ୍ରବାର,ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୫ମୀ ରାତ୍ରି ୧୨.୩୧ ଗତେ ୬ଷ୍ଠୀ ଘାତ ଚନ୍ଦ୍ର – ମେଷ ଅହୋରାତ୍ର,ଘାତ ବାର- ବିଛା , ଧନୁ ଓ ମୀନ । ପୁଷ୍କର ଦୋଷ – ନାସ୍ତି ।
ଧନିଷ୍ଠା- ଶାରିରୀକ ଦୁର୍ବଳତାରୁ ମୁକ୍ତି ପାଇବେ । ପାରିପାରିକ ଜୀବନ ସୁଖକର ହୋଇପାରେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମକ୍ଷେତ୍ରରେ କିଛି ନୂଆ ଅଭୀଜ୍ଞତା ହାସଲ କରିବେ
ଶତଭିଷା- ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ମହିଳା ମାନେ ବନ୍ଧୁପ୍ରିୟ ରହିବେ ।
ପୂ, ଭାଦ୍ରପଦ- ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ । ସମ୍ପତି ବିକ୍ରୟ ବେଳେ ତରବରିଆ ଭାବେ ନିସ୍ପତି ନିଅନ୍ତୁ ନାହିଁ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି
ପ୍ରତିକାର – ହନୁମାନ ଚାଳିଶା ସହ ପୂଜାପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮