ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଇଁ ଚେଷ୍ଟା କରିବେ।
କୃତିକା- କାମ ଚାପରେ ବ୍ୟସ୍ତତା ବଢ଼ିଯାଇପାରେ। ପଦୋନ୍ନତି କେତେକାଂଶରେ ମାନସିକ ସ୍ଥିତିକୁ ସନ୍ତୁଳିତ କରି ରଖିବାରେ ସାହାଯ୍ୟ କରିବ। ନୂତନ ସ୍ଥାନରେ କୌଣସି ବ୍ୟକ୍ତି ପରିସ୍ଥିତିକୁ ଭିନ୍ନ ରୂପ ଦେବାକୁ ଚେଷ୍ଟା କରିପାରନ୍ତି।
ରୋହିଣୀ- ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାର୍ଥୀମାନେ ଶିକ୍ଷାରେ ସଫଳତା ଲାଭ କରିବେ । ପରିବାରର ଅଭିଯୋଗ ପ୍ରତି ଧ୍ୟାନ ନ ଦେବା ମନାନ୍ତର ବୃଦ୍ଧି କରିପାରେ।
ମୃଗଶିରା- ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ। ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ । ସାହାଯ୍ୟ ସହଯୋଗ ପାଇ ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ।
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬