ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି - ୩ୟା ଦିବା ୦୩.୨୨ ଗତେ ୪ର୍ଥୀ। ଘାତ ଚନ୍ଦ୍ର – ମିଥୁନ ଓ ମୀନ ଅହୋରାତ୍ର,ଘାତ ବାର- ମକର ,ପୁଷ୍କର ଦୋଷ – ୧ ପାଦ - କୃଷିହାନି- ଭୂମିଦାନ ରାତ୍ରି ୦୯.୫୮ ଗତେ ୨ ପାଦ ।
କୃତିକା- ଖାଦ୍ୟ ପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ । ଅଚିହ୍ନା ଲୋକଙ୍କ ଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।
ରୋହିଣୀ- ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସରସ ସୁନ୍ଦର କରିବେ । ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ ।
ମୃଗଶିରା- ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଶିକ୍ଷାକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ପ୍ରତିକାର – ମାଆ ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬