ସୈାର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୪ ତାରିଖ ଶୁକ୍ରବାର । ଚନ୍ଦ୍ର – ମେଷ ଅହୋରାତ୍ର,ତିଥି – ୩ୟା ସନ୍ଧ୍ୟା ୦୫.୦୦ ଗତେ ୪ର୍ଥୀ ଘାତ ଚନ୍ଦ୍ର – ମେଷ ଅହୋରାତ୍ର, ଘାତ ବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।
ଧନିଷ୍ଠା- ଶରୀରରେ ଆଘାତ ପାଇ ପାରନ୍ତି । ଆପଣଙ୍କର ବନ୍ଧୁ ସଂଖ୍ୟା ବଢିପାରନ୍ତି । ଗୃହ କାର୍ଯ୍ୟରେ ଆଗ୍ରହ ବଢିବ । ବ୍ୟବସାୟରେ ଅଭିବୃଦ୍ଧି ଘଟିପାରେ ।
ଶତଭିଷା- କର୍ମକ୍ଷେତ୍ରରେ ଯେଉଁଭଳି ପରିସ୍ଥିତି ଆସିଲେ ମଧ୍ୟ ଆପଣ ସମ୍ଭାଳି ନେବେ । ରାଜନୀତିରେ ଭଲ ସୁଯୋଗର ଉପଯୋଗ କରିବେ । ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ
ପୂ, ଭାଦ୍ରପଦ- ଧନାଦିରେ ଅଭିବୃଦ୍ଧି ଘଟିପାରେ । ଶିକ୍ଷାକ୍ଷେତ୍ରରେ ବିଶୃଖଂଳା ଉପୁଜିପାରେ । କୋର୍ଟର ନିଷ୍ପତି ବଦଳି ଯାଇପାରେ । ମହିଳା ମାନଙ୍କୁ ଅଧିକ ପରିଶ୍ରମ କରିବାକୁ ପଡିପାରେ ।
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮