• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରାଜନୀତି କ୍ଷେତ୍ରରେ ଯଶ ମାନ ବୃଦ୍ଧି ହେବ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୪ ତାରିଖ ରବିବାର । ଚନ୍ଦ୍ର- ସିଂହ ଦିବା ୦୨.୨୦ ଗତେ କନ୍ୟା,ତିôଥ- ୧୪ଶୀ ଦିବା ୦୯.୫୫ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ,ଦିବା ୦୨.୨୦ ଗତେ ବୃଷ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୭.୩୩ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Aries

ମେଷ

Sunday 24 Mar 2024

ଅଶ୍ୱନୀ- ପାରିବାରିକ ସଦ୍ଭାବ ଅକ୍ଷୁଣ୍ଣ ରହିବା ହେତୁ ମାନସିକ ଶାନ୍ତି ଲଭିବେ। କର୍ମାରମ୍ଭରେ ସଂକଟର ସମ୍ମୁଖୀନ ହେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍ ହୋଇଯିବ। ଆନୁଷ୍ଠାନିକ ଅଥବା ସାମାଜିକ କାର‌୍ୟ୍ୟରେ ଯୋଗଦେଇ ପ୍ରଶଂସିତ ହେବେ।

ଦ୍ୱିଜା- କୌଣସି ଅଭାବ ନ ଥାଇ ଅତୀତ ଘଟଣାର ସମୀକ୍ଷାଜନିତ ମନ ବିଷାଦଗ୍ରସ୍ଥ ହେବ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ। ବନ୍ଧୁସମ୍ପର୍କକୁ କେନ୍ଦ୍ରକରି ପରିବାରରେ ଅଶାନ୍ତି ବୃଦ୍ଧି ପାଇପାରେ।

କୃତିକା- ଋଣ ସୂତ୍ରରେ ଅର୍ଥଲାଭ କରିବେ ଓ ଶିଳ୍ପ ବାଣିଜ୍ୟରେ ଉନ୍ନତି ଘଟିବ। ଅନ୍ୟମାନଙ୍କ ଦ୍ୱାରା ପ୍ରତାରିତ ହୋଇ ମାନସିକ ସ୍ତରରେ କଷ୍ଟ ଅନୁଭବ କରିପାରନ୍ତି। ଭୂ-ସମ୍ପତି କିଣିବାର ଯୋଗ ରହିଛି ।

ପ୍ରତିକାର- ସରସ୍ୱତୀଙ୍କ ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :