• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରାଜନୀତି କ୍ଷେତ୍ରରେ ଯଶ ମାନ ବୃଦ୍ଧି ହେବ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୪ ତାରିଖ ରବିବାର । ଚନ୍ଦ୍ର- ସିଂହ ଦିବା ୦୨.୨୦ ଗତେ କନ୍ୟା,ତିôଥ- ୧୪ଶୀ ଦିବା ୦୯.୫୫ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ,ଦିବା ୦୨.୨୦ ଗତେ ବୃଷ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୭.୩୩ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Capricorn

ମକର

Sunday 24 Mar 2024

ଉ , ଷାଢା - ପୁରାତନ ରୋଗରୁ ଉପଶମ ମିଳିବ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ

ଶ୍ରବଣା – କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । କୈାଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ।

ଧନିଷ୍ଠା – ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :