ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୪ ତାରିଖ ରବିବାର । ଚନ୍ଦ୍ର- ସିଂହ ନିଶାନ୍ତ ୦୫.୦୨ ଗତେ କନ୍ୟା,ତିଥି- ୯ମୀ ରାତ୍ରି ୧୦.୨୦ ଗତେ ୧୦ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ନିଶାନ୍ତ ୦୫.୦୨ ଗତେ ବୃଷ ରାଶିର, ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୦.୧୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାନଞ୍ଚଦାନ ।
ବିଶାଖା- ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ମନକୁ ଶାନ୍ତି ମିଳିବ । କର୍ମକ୍ଷେତ୍ରରେ ବିବାଦୀୟ ଚିନ୍ତାଧାରା ପାଇଁ ବ୍ୟସ୍ତବିବ୍ରତ ହୋଇପାରନ୍ତି । ଅନ୍ୟମାନେ ଫାଇଦା ହାସଲ ପାଇଁ ସମ୍ମୁଖରେ ପ୍ରଲୋଭନଯୁକ୍ତ କଥା କହି ପାରନ୍ତି
ଅନୁରାଧା- ଆଲୋଚନାର ଶେଷ ପର୍ୟ୍ୟାୟରେ ସହକର୍ମୀଙ୍କ ସହ ମନୋମାଳିନ୍ୟ ଯୋଗୁ ଉଦାସ ରହିବେ। ନିଜ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ।
ଜ୍ୟେଷ୍ଠା- ସଭାସମିତିରେ ଆଲୋଚନା କାଳରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରହିବା ଭଲ ହେବ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
ପ୍ରତିକାର – ମନ୍ଦାର ଫୁଲକୁ ସୂର୍ୟ୍ୟ ଦେବତାଙ୍କୁ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯