• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଲାଭ ଦାୟକ ହେବ...!

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର । ଚନ୍ଦ୍ର-କୁମ୍ଭ ଅହୋରାତ୍ର । ତିଥି-୧୦ମୀ ଦିବା ୦୩.୧୪ ଗତେ ୧୧ଶୀ । ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତ ବାର-ମକର ରାଶିର ।

Taurus

ବୃଷ

Tuesday 24 Oct 2023

କୃତିକା- ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବନାହିଁ । କର୍ମକ୍ଷେତ୍ରରେ ମନର ବଳ ଖୁବ୍ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ। ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ।

ରୋହିଣୀ- ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବାସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ ।

ମୃଗଶିରା- ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହୋଇପାରେ । କିଛି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍ ଦେବାକୁ ପଡ଼ିପାରେ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର- ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ