• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଲାଭ ଦାୟକ ହେବ...!

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର । ଚନ୍ଦ୍ର-କୁମ୍ଭ ଅହୋରାତ୍ର । ତିଥି-୧୦ମୀ ଦିବା ୦୩.୧୪ ଗତେ ୧୧ଶୀ । ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତ ବାର-ମକର ରାଶିର ।

Pisces

ମୀନ

Tuesday 24 Oct 2023

ପୂ, ଭାଦ୍ରପଦ- ସକାଳୁ ସକାଳୁ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ। କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ମାନସିକ ଅସ୍ଥିରତା ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ । 

ଉ, ଭାଦ୍ରପଦ- ଅସାବଧାନତା କାରଣରୁ ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢିଯିବ । ନିକଟ ସମ୍ପର୍କୀୟଙ୍କ ଈର୍ଷା ଓ ଅସୂୟା ଭାବ ଯୋଗୁ ବିଚଳିତବୋଧ କରିବେ । ପୁରୁଣା କାମଗୁଡିକର ସମୀକ୍ଷା କରିବେ କିନ୍ତୁ ବିବାଦୀୟ ପରିସ୍ଥିତି ସୃଷ୍ଟିର ସମ୍ଭାବନା ରହିଛି । 

ରେବତୀ- କୌଣସି ଏକ ସାଧାରଣ କଥାର ଆଲୋଚନା ଭିତରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଭଲ ରହିବ ନାହିଁ । କଳା, ସାହିତ୍ୟ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହେବେ । 

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମା  ପାଠ କରନ୍ତୁ