• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଲାଭ ଦାୟକ ହେବ...!

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର । ଚନ୍ଦ୍ର-କୁମ୍ଭ ଅହୋରାତ୍ର । ତିଥି-୧୦ମୀ ଦିବା ୦୩.୧୪ ଗତେ ୧୧ଶୀ । ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତ ବାର-ମକର ରାଶିର ।

Gemini

ମିଥୁନ

Tuesday 24 Oct 2023

ମୃଗଶିରା- ସ୍ୱାସ୍ଥ୍ୟଗତ ସମସ୍ୟାର ସମାଧାନ ହୋଇପାରେ। ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡ଼ିକୁ ସଫଳତାର ସହ ସମ୍ପନ୍ନ କରିବେ। ବ୍ୟବସାୟରେ କ୍ରମଶଃ ସମସ୍ୟା ବଢ଼ି ବଢ଼ି ବଡ଼ଆକାର ଧାରଣ କରିବାର ସମ୍ଭାବନା ରହିଛି ।

ଆଦ୍ରା- ଅଫିସ୍‌ରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ହିଁ ପଡ଼ିବେ । କାମର ଚାପ ବୃଦ୍ଧି ପାଇବା କାରଣରୁ ସ୍ଥିରତା ରହିବ ନାହିଁ । 

ପୁନର୍ବସୁ-ପଢାପଢିରେ ମନେଯାଗ ଦେଲେ ବିଦ୍ୟାରେ ଉନ୍ନତି ହେବ । ଦୀର୍ଘଦିନର ଋଣ ଓ ପରୋକ୍ଷ ଶତ୍ରୁତା ପାଇଁ ବ୍ୟସ୍ତ ରହିବେ । ସଭା ସମିତିରେ ସମସ୍ୟା ସମାଧାନ ପାଇଁ ରାସ୍ତା ଖୋଜି ପାଇବେ । 

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ