• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଲାଭ ଦାୟକ ହେବ...!

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର । ଚନ୍ଦ୍ର-କୁମ୍ଭ ଅହୋରାତ୍ର । ତିଥି-୧୦ମୀ ଦିବା ୦୩.୧୪ ଗତେ ୧୧ଶୀ । ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତ ବାର-ମକର ରାଶିର ।

Virgo

କନ୍ୟା

Tuesday 24 Oct 2023

ଉ- ଫାଲ୍‌ଗୁନୀ- ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମାନସିକ ସ୍ଥିିତି ଭଲ ରହିବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବା ସହ ଭୂମି, ବାହନ, ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ । 

ହସ୍ତା- ରାଜନୀତିରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତି ଅକ୍ଷୁର୍ଣ୍ଣ ରହିବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଆତ୍ମବିଶ୍ୱାସ ଏବଂ ଶକ୍ତି ବୃଦ୍ଧି ପାଇବା ଫଳରେ ଉତ୍ସାହିତ ହେବେ । 

ଚିତ୍ରା- ଅସମୟରେ ପାଖପଡ଼ୋଶୀ ସହାନୁଭୂତି ପ୍ରଦର୍ଶନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା କ୍ରମଶଃ ବୃଦ୍ଧି ପାଇବ । ମାଲିମୋକଦ୍ଦମାରେ ବିଚାର ବିଳମ୍ବିତ ହେବା ସଙ୍ଗକୁ ବାଇଦା ପଡିପାରେ । 

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ