• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th October 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଲାଭ ଦାୟକ ହେବ...!

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ମଙ୍ଗଳବାର । ଚନ୍ଦ୍ର-କୁମ୍ଭ ଅହୋରାତ୍ର । ତିଥି-୧୦ମୀ ଦିବା ୦୩.୧୪ ଗତେ ୧୧ଶୀ । ଘାତ ଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତ ବାର-ମକର ରାଶିର ।

Libra

ତୁଳା

Tuesday 24 Oct 2023

ଚିତ୍ରା- ସହକର୍ମୀଙ୍କ ଆନୁଗତ୍ୟ ଫଳରେ କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର‌୍ୟ୍ୟ କରିବାରେ ସୁଯୋଗ ମିଳିବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ବନ୍ଧୁମାନଙ୍କ ନିକଟରୁ ଅପେକ୍ଷା କରିଥିବା ଶୁଭଖବର ପାଇ ଉଲ୍ଲସିତ ହେବେ।

ସ୍ୱାତୀ- ଆବଶ୍ୟକୀୟ ଅର୍ଥପ୍ରାପ୍ତି ସକାଶେ ଅନ୍ୟମାନଙ୍କୁ ନେହୁରା ହେବାକୁ ପଡ଼ିପାରେ। ରାଜନୀତି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ବିଦ୍ୟାର୍ଥୀ ମାନେ ଅଧ୍ୟୟନ ପାଇଁ ତତ୍ପର ହୋଇପାରନ୍ତି । 

ବିଶାଖା- ଅନ୍ୟମାନଙ୍କ  ଉପରେ  ନିର୍ଭଳଶୀଳ ହେବେ । ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ଦେଖାଦେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର – ମହାଦେବଙ୍କର ଦର୍ଶନ ସହିତ ପୂଜା ପାଠ କରନ୍ତୁ