• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ

ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇଯିବ । ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ ।

Aries

ମେଷ

Thursday 24 Oct 2024

ଅଶ୍ୱନୀ- ଅର୍ଥାଭାବ କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନପାରେ। ତରବର ନହୋଇ ଧୀରସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ। କୌଣସି ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି।

ଦ୍ୱିଜା- ଧାରକରଜ କରି ଆବଶ୍ୟକତା ପୂରଣ କରିବାରେ ସମର୍ଥ ହେବେ। ସ୍ବାସ୍ଥ୍ୟରେ ଅନ୍ନତି ପରିଲକ୍ଷିତ ହେବା ସହ ରୋଗପୀଡ଼ା ଦୁଶ୍ଚିନ୍ତାର କାରଣ ହେବ । ବିତିଯାଇଥିବା ମାମଲାର ଫଳ ମଧ୍ୟ ମିଳିବ ।

କୃତିକା- ଅର୍ଥନୈତିକ, ସାମାଜିକ, ରାଜନୈତିକ କ୍ଷେତ୍ରରେ ସମ୍ମାନ ଅକ୍ଷୁଣ୍ଣ ରହିବ। କଚେରି ମାମଲା, ଘରୋଇ କ୍ଷେତ୍ରରେ ଟେନ୍ସନ ଦୂରହେବ । କୋର୍ଟ କଚେରୀ ମାଲିମୋକଦ୍ଦମା, ବାଦବିବାଦର ସମାଧାନ କରି ପାରିବେ ।

ପ୍ରତିକାର - ମହାଦେବଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :