• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 24th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ

ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇଯିବ । ଅନ୍ୟମନସ୍କ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ ।

Virgo

କନ୍ୟା

Thursday 24 Oct 2024

ଉ,ଫଳଗୁନି- ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଶତୃ ମାନେ ପରାଜିତ ହେବେ । ଘରୋଇ ବ୍ୟବସାୟରେ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ପ୍ରେମିକ ପ୍ରେମିକା ମାନେ ଗୁପ୍ତ ପ୍ରେମରେ ସଫଳ ହେବେ ।

ହସ୍ତା- ରାଜନେତାମାନେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ନୂତନ କାର୍ଯ୍ୟ ଆରମ୍ଭ କଲେ କ୍ଷତିରେ ପଡିବେ ।

ଚିତ୍ରା- ଅଫିସରେ ସାଧାରଣ କଥାକୁ କେନ୍ଦ୍ରକରି ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର‌୍ୟ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ । ବନ୍ଧୁମାନଙ୍କ ଅନୁରୋଧକୁ ଉପେକ୍ଷା ନ କରି ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି।

ପ୍ରତିକାର- ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :