ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ରବିିବାର, ଚନ୍ଦ୍ର - ଧନୁ ସନ୍ଧ୍ୟା ୦୭.୧୭ ଗତେ ମକର, ତିଥି- ୯ମୀ ଦିବା ୧୦.୨୩ ଗତେ ୧୦ମୀ, ଘାତ ଚନ୍ଦ୍ର - ତୁଳା ଓ କୁମ୍ଭ ରାଶିର, ସନ୍ଧ୍ୟା ୦୭.୧୭ ଗତେ ସିଂହ, ଘାତ ବାର –ମେଷ, ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମି ଦାନ ଦିବା ୦୧.୪୦ ଗତେ ୨ ପାଦ କୃଷି ଓ ବଂଶ ହାନି- ଭୂମି ଓ ତିଳକାଞ୍ଚନ ଦାନ
ମୃଗଶିରା - ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଖାଲି ସମୟରେ ଆପଣଙ୍କ ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖାକରିବାକୁ ଯୋଜନା କରିପାରନ୍ତି ।
ଆଦ୍ରା - ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ । ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତମ ରୋଜଗାର କରିବେ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।
ପୁନର୍ବସୁ - ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ ।
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫