ସୌର ଧନୁ ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୧୪ଶୀ ନିଶାନ୍ତ ୦୫.୪୭ ଗତେ ପୂର୍ଣ୍ଣିମା । ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।
ଅଶ୍ୱନୀ- କାମରେ ହଠାତ କୈଣସି ଯୋଜନାରେ ପରିବର୍ତ୍ତନ କରିପାରନ୍ତି । କର୍ମକ୍ଷେତ୍ରରେ ସବୁ କାର୍ଯ୍ୟକୁ ନିଜ ହାତକୁ ନେଇ ଶେଷ କରିବେ । ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗବୃଦ୍ଧି ରହିଛି ।
ଦ୍ୱିଜା- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାର୍ଥୀମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଚାକିରିଆଙ୍କୁ ନୂଆ ପକଳ୍ପ ଦାୟିତ୍ୱ ମିଳିବ । ବ୍ୟପାରୀ ବର୍ଗଙ୍କୁ ଅଚାନକ ଧନ ଲାଭ ହେବ ।
କୃତିକା- ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ । ଆୟର ପରିମାଣ ଅଧିକ ହୋଇପାରେ ।
ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯