ସୌର ଧନୁ ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୧୪ଶୀ ନିଶାନ୍ତ ୦୫.୪୭ ଗତେ ପୂର୍ଣ୍ଣିମା । ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।
ମଘା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ନେତ୍ରପିଡା ଅନୁଭବ କରି ପାରନ୍ତି ।
ପୂ,ଫାଲଗୁନି- ଛାତ୍ରଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । କ୍ରୀଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ ।
ଉ,ଫାଲଗୁନି- ପରିବାରରେ ଅବହେଳା ପଦର୍ଶନ କରି ସମାଲୋଚିତ ହୋଇପାରନ୍ତି । ଅର୍ଥ ସମ୍ପର୍କକୁ ନେଇ ଭାତୃ ବିବାଦ ଦେଖାଦେଇ ପାରେ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି ।
ପ୍ରତିକାର – ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧