ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର- ମେଷ ରାତ୍ରି ୧୦.୩୦ ଗତେ ବୃଷ । ତିଥି- ୭ମୀ ରାତ୍ରି ୦୩.୩୯ ଗତେ ୮ମୀ ।
ମୃଗଶିରା- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଅନ୍ୟ କାହାର ସହେଯାଗ ନ ପାଇଲେ ମଧ୍ୟ ଯେଉଁ କାର୍ଯ୍ୟ କରିବେ ତାହା ସୂଚାରୁ ରୂପେ କରି ପାରିବେ । ପ୍ରକୃତିର ଆନନ୍ଦ ନେବା ପାଇଁ ମନ ହେବ । ପ୍ରଶାସନିକ କାମ ଧୈର୍ଯ୍ୟର ସହ କରନ୍ତୁ।
ଆଦ୍ରା- ପରିବାରର ସମପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଧୀରସ୍ଥିର ମନଦେଇ କାମ କଲେ ସମସ୍ୟାର ସରଳ ସମାଧାନ ହେବ ।
ପୁନର୍ବସୁ- ସଭାସମିତିରେ ସମ୍ମାନ ପ୍ରାପ୍ତି ଘଟିବ । ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡା ଓ ସାମ୍ବାଦିକତାରେ ଉଚ୍ଚ ପ୍ରଶଂସିତ ହେବେ ।
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫