ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର – ମକର ଅହୋରାତ୍ର ,ତିଥି- ୨ୟା ଦିବା ୦୮. ୨୪ ଗତେ ୩ ୟା ,ଘାତ ଚନ୍ଦ୍ର- ସିଂହ ଅହୋରାତ୍ର ,ଘାତ ବାର – ମେଷ ,ପୁଷ୍କର ଦୋଷ – ୩ ପାଦ- ପଶୁ - ବଂଶହାନି- ଭୁମି, ଅନ୍ନ ଓ ତିଳକାଞନ ଦାନ ଦିବା ୦୮. ୨୪ ଗତେ ୨ ୟା ।
କୃତିକା - ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ । ଭାତୃ ସଂପର୍କରେ ଉନ୍ନତି ଘଟିବ । ବ୍ୟବସାୟୀ ମାନେ ମୂଳ ଧନରୁବି କ୍ଷତି କରିପାରନ୍ତି । ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ । କର୍ମ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦତ ହେବେ । ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି । ଅନୁଷ୍ଟାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବେ ।
ରୋହିଣୀ –ନୂତନ କର୍ମ କ୍ଷେତ୍ରରେ ଯୋଗଦାନ ଦେଇ ପାରନ୍ତି । ରାଜନୀତିରେ ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ନୂଆ ଜମି କିଣିବା ଆଗରୁ ଶୁଭ ମୂହୁର୍ତ ଦେଖି କିଣନ୍ତୁ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ମହିଳା ମାନେ ଧର୍ମପରାୟଣ ହେବେ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ ।
ମୃଗଶିରା –ପୂର୍ବରୁ କରିଥିବା କର୍ମପାଇଁ ଦଣ୍ଡ ଭୋଗିପାରନ୍ତି । ମହିଳା ମାନେ ପିଲାମାନଙ୍କ ସହ ଖୁସିରେ ସମୟ କଟାଇବେ। ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ଅଜଣା ଶତୃ ଆପଣଙ୍କର କ୍ଷତି କରି ପାରନ୍ତି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ଭଗବାନ୍କୁ ସୁମରଣ ଦ୍ୱାରା ମନସ୍କାମନା ପୂରଣ ହେବ ।ଟଙ୍କା, ପଇସାକୁ ନେଇ ଆପଣଙ୍କ ଚିନ୍ତା ଦୂର ହେବ ।
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬