ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର – ମକର ଅହୋରାତ୍ର ,ତିଥି- ୨ୟା ଦିବା ୦୮. ୨୪ ଗତେ ୩ ୟା ,ଘାତ ଚନ୍ଦ୍ର- ସିଂହ ଅହୋରାତ୍ର ,ଘାତ ବାର – ମେଷ ,ପୁଷ୍କର ଦୋଷ – ୩ ପାଦ- ପଶୁ - ବଂଶହାନି- ଭୁମି, ଅନ୍ନ ଓ ତିଳକାଞନ ଦାନ ଦିବା ୦୮. ୨୪ ଗତେ ୨ ୟା ।
ପୂ , ଭାଦ୍ରପଦ - ପାରିବାରିକ ସହମତିରେ କାର୍ଯ୍ୟ ସିଦ୍ଧି ଘଟିପାରୋ ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ବେପାର ବୃତିରେ ସଫଳତା ହାସଲ କରିବେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ସ୍ଥଗିତ ଥିବା କର୍ମଟି ପୂରଣ ହେବାପାଇଁ ଆର୍ଥୀକ ସଙ୍କଟ ଦୂରେଇ ଯାଇପାରେ ।
ଉ , ଭଦ୍ରପଦ - ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ରଚନାôତକ କାର୍ଯ୍ୟରୁ ପ୍ରଂସସିତ ମିଳିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତୀ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ ।
ରେବତୀ – ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । ମହିଳା ମାନେ ସହନଶୀଳତା ଜାଗ୍ରତ କରିବେ । ଜେଲରୁ ଜାମିନ୍ ମିଳିପାରେ । କାମ ନିର୍ଦ୍ଧାରିତ ସମୟରେ ପୁରା କରିବା ପାଇଁ ଚେଷ୍ଟା କରିବେ । ଟଙ୍କା, ପଇସାକୁ ନେଇ ଆପଣଙ୍କ ଚିନ୍ତା ଦୂର ହେବ ।
ପ୍ରତିକାର – ଅଶ୍ୱସ୍ଥ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩