ସୈାର ଧନୁ ମାସ ପୌଷ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର – ମକର ଅହୋରାତ୍ର ,ତିଥି- ୨ୟା ଦିବା ୦୮. ୨୪ ଗତେ ୩ ୟା ,ଘାତ ଚନ୍ଦ୍ର- ସିଂହ ଅହୋରାତ୍ର ,ଘାତ ବାର – ମେଷ ,ପୁଷ୍କର ଦୋଷ – ୩ ପାଦ- ପଶୁ - ବଂଶହାନି- ଭୁମି, ଅନ୍ନ ଓ ତିଳକାଞନ ଦାନ ଦିବା ୦୮. ୨୪ ଗତେ ୨ ୟା ।
ପୁନର୍ବସୁ - ଶାରିରୀକ ଓ ମାନସିକ ସ୍ତରରେ ଉନ୍ନତି ଆସିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି ହେବ। ପାରିବାରିକ ଶାନ୍ତି ବୃଦ୍ଧି ପାଇବ ଏବଂ ସମସ୍ତ କାର୍ଯ୍ୟ ଶୁଭପ୍ରଦ ହେବ । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ ।
ପୁଷ୍ୟା – ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ରାଜନିତି ବିବାଦରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ ।ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ମନରେ କିଛି ନୂଆ କରିବାର ଈଚ୍ଚା ଉଜ୍ଜୀବିତ ହେବ । ବେପାରରେ ପ୍ରଗତି ପାଇଁ ଯଥେଷ୍ଟ ଧ୍ୟାନ ଦିଅନ୍ତୁ । ଠିକ୍ ସମୟରେ ଉଚିତ୍ ପଦକ୍ଷେପ ନେବେ ।ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।
ଅଶ୍ଳେଷା - ପକେଟ ମାର ଜନିତ ଧନହାନି ଘଟିପାରେ । ମହିଳା ମାନେ ପୂରାତନ ରୋଗର ପିଡା ଅନୁଭବ କରିବେ । ବଡ ସୁଯୋଗ ମିଳିିିବା ହେତୁ ଧନ ଲାଭ ହୋଇପାରେ । ଜୀବନରେ ଉନ୍ନତି ସୂଚିତ ହେବ । ସମାଜରେ ଲୋକ ପ୍ରିୟତା ବଢିବ । କର୍ମଜୀବି ମହିଳାଙ୍କର ଦରମା ବୃଦ୍ଧି ପାଇବ । ଲୋକେ ଆପଣଙ୍କ ଗୁଣଗାନ କରିବେ ।
ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨