କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ଅହୋରାତ୍ର,ତିଥି- ୧୨ଶୀ ଦିବା ୧୨.୪୭ ଗତେ ୧୩ଶୀ,ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୧୨.୪୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୩୦ ଗତେ ୧ ପାଦ-କୃଷିହାନି-ଭୂମିଦାନ ।
ମଘା – ରୋଗ ପୀଡା ପାଇଁ ଚିନ୍ତାରେ ରହିବେ । ବ୍ୟବସାୟରେ କ୍ଷତିରେ ପଡିପାରନ୍ତି । ଘରକାମରେ ଭାଇ-ଭଉଣୀ ମାନେ ସହଯୋଗ କରିବେ । ଆପଣଙ୍କୁ ରଚନାତ୍ମକ କାମରୁ ପ୍ରଶଂସା ମିଳିବ ।
ପୂ , ଫାଲଗୁନୀ - ପତ୍ନୀଙ୍କ ସହ ମନୋମାଳିନ୍ୟ ଦେଖାଦେଇପାରେ । ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ । ଶିକ୍ଷାର୍ଥୀ ମାନେ ପଢାରେ ଚିନ୍ତିତ ରହିବେ ।
ଉ ,ଫାଲଗୁନୀ – ଭୁସମ୍ପତି ସମାନ ପରିମାଣରେ ଭାଗ ହୋଇପାରେ । ମହିଳାମାନେ ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ । ସାମ୍ବାଦିକତା ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ।
ପ୍ରତିକାର – ବିଷ୍ଣୁଙ୍କୁ ଲାଲ ମନ୍ଦାର ଦେଇ ଦିନଟି ଆରମ୍ଭ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧