ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର- ସିଂହ ଦିବା ୦୪.୫୧ ଗତେ କନ୍ୟା । ତିଥି- ୭ମୀ ରାତ୍ରି ୧୨.୨୫ ଗତେ ୮ମୀ । ଘାତ ଚନ୍ଦ୍ର – କର୍କଟ, ମକର ଦିବା ୦୪.୫୧ ଗତେ ବୃଷ । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ । କୃଷି ଓ ପଶୁହାନି- ଭୂମି- ଅନ୍ନଦାନ ଦିବା ୧୦.୧୦ ଗତେ ୩ ପାଦ ।
କୃତିକା- ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଭାଇ ବନ୍ଧୁମାନେ ସାହାଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ ।
ରୋହିଣୀ- ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସାଂସ୍କୃତିକ ପରିବେଶରେ ଯୋଗଦାନ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ ।
ମୃଗଶିରା- ଆପଣଙ୍କ ସ୍ୱାଭାବ ଆଖପାଖର ବାତାବରଣକୁ ମଜାଦାର କରିବ । ଅନ୍ୟମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି । ଉଚ୍ଚାଧିକାରୀ ଓ ସହକର୍ମୀ ମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ ।
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆଚାଉଳ ଦାନ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬