ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର । ଚନ୍ଦ୍ର- ସିଂହ ଦିବା ୦୪.୫୧ ଗତେ କନ୍ୟା । ତିଥି- ୭ମୀ ରାତ୍ରି ୧୨.୨୫ ଗତେ ୮ମୀ । ଘାତ ଚନ୍ଦ୍ର – କର୍କଟ, ମକର ଦିବା ୦୪.୫୧ ଗତେ ବୃଷ । ଘାତ ବାର- ମେଷ । ପୁଷ୍କର ଦୋଷ- ୨ ପାଦ । କୃଷି ଓ ପଶୁହାନି- ଭୂମି- ଅନ୍ନଦାନ ଦିବା ୧୦.୧୦ ଗତେ ୩ ପାଦ ।
ଧନିଷ୍ଠା- ସୁସ୍ଥ ମାନସିକତା ରକ୍ଷା କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ ।
ଶତଭିଷା- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ ।
ପୂ, ଭାଦ୍ରପଦ- ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ । ଆଇନ୍ ଅଦାଲତ ଥିବା ଦୁଶ୍ଚିନ୍ତା ଦୂର ହୋଇପାରେ ।
ପ୍ରତିକାର – ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮