• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୫ ତାରିଖ ଶନିବାର। ଚନ୍ଦ୍ର- ବିଛା ଦିବା ୧୦.୩୫ ଗତେ ଧନୁ। ତିଥି-୨ୟା ସନ୍ଧ୍ୟା ୦୬.୫୮ ଗତେ ୩ୟା। ଘାତଚନ୍ଦ୍ର- ଦିବା ୧୦.୩୫ ଗତେ ତୁଳା ଓ କୁମ୍ଭ ରାଶିର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର।। ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୬.୫୮ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Leo

ସିଂହ

Saturday 25 May 2024

ମଘା- ଜଣେ ପ୍ରତିଷ୍ଠାବାନ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଲାଭ କରିବେ । ଶିଳ୍ପ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଭଲ ଫଳ ମିଳିବ । ଭୁଲ୍ ବୁଝାମଣା ହେତୁ ଆତ୍ମୀୟମାନଙ୍କ ଅସମ୍ମାନ ପାଇ ଦୁଃଖର ମାତ୍ରା ବଢ଼ାଇ ଦେଇପାରେ।

ପୂ- ଫାଲ୍‌ଗୁନୀ- ମାନସିକ ଅସ୍ଥିରତା ଅଶାନ୍ତି ସୃଷ୍ଟି କରିବ। କିନ୍ତୁ କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ରାଜନେତାଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ ।

ଉ- ଫାଲ୍‌ଗୁନୀ- ଅଫିସିଆଲ କାମକ୍ଷେତ୍ରରେ ଟେନ୍ସନ ଦୂର ହେବାରେ ଉପରିସ୍ଥ କର୍ମଚାରୀ ସାହାଯ୍ୟ କରିବେ । କଚେରି ମାମଲାର ଶୁଣାଣିରୁ ମନ ଖୁସି ରହିବ। ମହିଳାମାନେ ନୂଆ କିଛି କରିବା ପାଇଁ ଚେଷ୍ଟା କରିବେ ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :