ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୫ ତାରିଖ ଶନିବାର। ଚନ୍ଦ୍ର- ବିଛା ଦିବା ୧୦.୩୫ ଗତେ ଧନୁ। ତିଥି-୨ୟା ସନ୍ଧ୍ୟା ୦୬.୫୮ ଗତେ ୩ୟା। ଘାତଚନ୍ଦ୍ର- ଦିବା ୧୦.୩୫ ଗତେ ତୁଳା ଓ କୁମ୍ଭ ରାଶିର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର।। ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୬.୫୮ ଗତେ ୧ ପାଦ-କୃଷିହାନି-ଭୂମିଦାନ।
ଉ , ଫାଲଗୁନୀ – ମଧୁମେୟ ରୋଗର ସମ୍ମୁଖୀନ ହୋଇ ପାରନ୍ତି । ପରିବାରରେ ହସଖୁସିର ବାତାବରଣ ଜାରି ରହିବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ । ବିଦ୍ୟାରେ ଉନ୍ନତି କରିବେ ।
ହସ୍ତା – ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ । କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ଛାତ୍ରଛାତ୍ରୀମାନେ ପଢାରେ ମନୋନିବେଶ କରିବେ ।
ଚିତ୍ରା – ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ମହିଳାମାନେ ବିଦେଶ ଯାତ୍ରା କରି ପାରିବେ । ସତର୍କ ହୋଇ ଟଙ୍କା ଖର୍ଚ୍ଚ ନକରିଲେ ଅସୁବିଧାରେ ପଡିପାରନ୍ତି । ସିନେତାରକା ମାନେ ଭଲ ନାମ କମାଇବେ ।
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫