• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବିଦେଶ ଯାତ୍ରାର ଯୋଗ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୨୫ ତାରିଖ ଶନିବାର। ଚନ୍ଦ୍ର- ବିଛା ଦିବା ୧୦.୩୫ ଗତେ ଧନୁ। ତିଥି-୨ୟା ସନ୍ଧ୍ୟା ୦୬.୫୮ ଗତେ ୩ୟା। ଘାତଚନ୍ଦ୍ର- ଦିବା ୧୦.୩୫ ଗତେ ତୁଳା ଓ କୁମ୍ଭ ରାଶିର। ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର।। ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ସନ୍ଧ୍ୟା ୦୬.୫୮ ଗତେ ୧ ପାଦ-କୃଷିହାନି-ଭୂମିଦାନ।

Libra

ତୁଳା

Saturday 25 May 2024

ଚିତ୍ରା-କର୍ମକ୍ଷେତ୍ର ପ୍ରତି ଆନୁଗତ୍ୟ ଉପରିସ୍ଥଙ୍କୁ ଖୁସି କରାଇବାରେ ବିଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ଆପଣ ଯେତେ ପାଇଲେ ମଧ୍ୟ ଖୁସି ହୋଇପାରିବେ ନାହିଁ। ଜୀବନ ସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ ।

ସ୍ୱାତୀ-ଦୋକାନ, ପରିବହନ, ଶିଳ୍ପ ଓ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ଚେଷ୍ଟା କରିବେ । ପରିବାର ସଦସ୍ୟଙ୍କ ତରଫରୁ ସମସ୍ୟା ଆସିପାରେ। ବିଦ୍ୟାର୍ଥୀଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କଠାରୁ ଭଲ ପରାମର୍ଶ ମିଳିବ ।

ବିଶାଖା-କୌଣସି ପରିଚିତଙ୍କ କାର‌୍ୟ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଆର୍ଥିକ ଦିଗରୁ ସମସ୍ୟା ଲାଗି ରହିବ କିନ୍ତୁ କାମ ଅଟକିବ ନାହିଁ। ଅଫିସରେ ଅବସର ସମୟରେ ସହକର୍ମୀଙ୍କ ସହ ମିଷ୍ଠାଳାପରୁ ଖୁସି ରହିବେ।

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :