• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Nov 2023: ଏହି ରାଶିର ବ୍ୟକ୍ତି ସାବଧାନ, ହୋଇପାରେ ବଡ଼ କ୍ଷତି..!

ସୌର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ  ଶନିବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୩ଶୀ ସନ୍ଧ୍ୟା ୦୫.୨୨ ଗତେ ୧୪ଶୀ । ଘାତଚନ୍ଦ୍ର-ମେଷ ରାଶିର ଅହୋରାତ୍ର । ଘାତବାର-ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ  ।

Aquarius

କୁମ୍ଭ

Saturday 25 Nov 2023

ଧନିଷ୍ଠା- ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ ।

ଶତଭିଷା- ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ ।

ପୂ,ଭାଦ୍ରପଦ- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର-ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ