• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Nov 2023: ଏହି ରାଶିର ବ୍ୟକ୍ତି ସାବଧାନ, ହୋଇପାରେ ବଡ଼ କ୍ଷତି..!

ସୌର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ  ଶନିବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୩ଶୀ ସନ୍ଧ୍ୟା ୦୫.୨୨ ଗତେ ୧୪ଶୀ । ଘାତଚନ୍ଦ୍ର-ମେଷ ରାଶିର ଅହୋରାତ୍ର । ଘାତବାର-ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ  ।

Pisces

ମୀନ

Saturday 25 Nov 2023

ପୂ, ଭାଦ୍ରପଦ- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ ।

ଉ,ଭାଦ୍ରପଦ- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର‌୍ୟ୍ୟବ୍ୟସ୍ତ ରହିବେ । ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ପରିଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ।

ରେବତୀ- ଜମି ବିବାଦୀୟ ପରିସି୍ଥତି ଭିନ୍ନରୂପ ନେଇପାରେ । ବିଦ୍ୟାର୍ଥୀ ମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର- ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ