• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Nov 2023: ଏହି ରାଶିର ବ୍ୟକ୍ତି ସାବଧାନ, ହୋଇପାରେ ବଡ଼ କ୍ଷତି..!

ସୌର ବିଛା ମାସ  କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ  ଶନିବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୩ଶୀ ସନ୍ଧ୍ୟା ୦୫.୨୨ ଗତେ ୧୪ଶୀ । ଘାତଚନ୍ଦ୍ର-ମେଷ ରାଶିର ଅହୋରାତ୍ର । ଘାତବାର-ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ  ।

Cancer

କର୍କଟ

Saturday 25 Nov 2023

ପୁନର୍ବସୁ- ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ । ଶାରୀରିକ ଅସୁସ୍ଥତା ସୃଷ୍ଟି ହୋଇପାରେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବା ସହ ଆଶା ଆଶ୍ୱାସନା ଲାଭ କରିବେ ।

ପୁଷ୍ୟା- ପରୋକ୍ଷ ଶତୃତା ଲାଗି ରହି ପାରନ୍ତି ସେଥିପ୍ରତି ସତର୍କ ରୁହନ୍ତୁ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ । ରାଜନିତିରେ  ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ହାତ ମୁଶାଇବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି ।

ଅଶ୍ଲେଷା- ଭବିଷ୍ୟକୁ ସୁଧାରିବା ଲାଗି ନୂଆ ପଦକ୍ଷେପ ନେବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଂଶସାବାଣୀ ଶୁଣିବେ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨

ପ୍ରତିକାର- ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ