ସୌର ବିଛା ମାସ କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ ଶନିବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୩ଶୀ ସନ୍ଧ୍ୟା ୦୫.୨୨ ଗତେ ୧୪ଶୀ । ଘାତଚନ୍ଦ୍ର-ମେଷ ରାଶିର ଅହୋରାତ୍ର । ଘାତବାର-ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।
ମୂଳା- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ଶିଳ୍ପ , ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । ପାରିବାରିକ କ୍ଷେତ୍ରରେ ବୁଝାବଣା ଠିକ୍ ରହିବ ।
ପୂ,ଷାଢା- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । କୌଣସି ନିସ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ।
ଉ,ଷାଢା- ଜମିବାଡି ସମସ୍ୟାର ସି୍ଥତି ଆପଣଙ୍କ ସପକ୍ଷରେ ରହିବ । ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଧାର ଦେବା ନେବାରେ ନିବୃତ ରୁହନ୍ତୁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ