ସୌର ବିଛା ମାସ କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ ଶନିବାର । ଚନ୍ଦ୍ର-ମେଷ ଅହୋରାତ୍ର । ତିଥି-୧୩ଶୀ ସନ୍ଧ୍ୟା ୦୫.୨୨ ଗତେ ୧୪ଶୀ । ଘାତଚନ୍ଦ୍ର-ମେଷ ରାଶିର ଅହୋରାତ୍ର । ଘାତବାର-ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।
ଉ, ଷାଢା- ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ ।
ଶ୍ରବଣା- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।
ଧନିଷ୍ଠା- ସାମାଜିକ କାର୍ୟ୍ୟରେ ସଫଳତା ପାଇବେ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର-ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ